Pratidin TV

Odisha's Digital News Platform

ମୋହନ ସରକାରକୁ ପୁରିଲା ୧୦୦ ଦିନ, ହିସାବ ଦେଲେ ମୁଖ୍ୟମନ୍ତ୍ରୀ ..

1 min read

ରାଜ୍ୟରେ ମୋହନ ସରକାରକୁ ପୁରିଛି ୧୦୦ ଦିନ ।ଶହେ ଦିନ ପୂର୍ତ୍ତି ଉତ୍ସବ  ପାଳନ କରୁଛି  ବିଜେପି । ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ ଓ ସାଂସଦ ସାମିଲ ହୋଇଛନ୍ତି । ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ। ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା।

ସଂକଳ୍ପ ପତ୍ରରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରା କରିଛୁ, ଆଗକୁ ମଧ୍ୟ କରିବୁ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିଲୁ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ସମସ୍ୟା ସମାଧାନ ବି କରୁଛୁ। ଆଗାମୀ ଦିନରେ ସବୁ ଜିଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ। ମିଛ ପ୍ରତିଶ୍ରୁତି ସମସ୍ୟାର ସମାଧାନ ନୁହେଁ, ଆମେ ନିଶ୍ଚିତ ସବୁ ସମସ୍ୟାର ସମାଧାନ କରିବୁ। ଲୋକଙ୍କୁ ଦିଆଯାଇଥିବା ସବୁ ପ୍ରତିଶ୍ରୁତି ନିର୍ଦ୍ଦିଷ୍ଟ ସମୟରେ ସାରିବାକୁ ଚେଷ୍ଟା କରିବୁ।

Advertisement

ଏଥିସହ ମୋହନ ମାଝୀ ବିଜେଡି ସରକାରଙ୍କୁ ମଧ୍ୟ ଖୋଲା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାର ଅଭିଯୋଗ ଶୁଣୁ ନ ଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ। ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା। ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କରିଥିଲେ। ସେଥିପାଇଁ ବିଜେଡି ସରକାରର ପତନ ଘଟିଲା।

Leave a Reply

Your email address will not be published. Required fields are marked *