ଲଗାତାର ବଢୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୨୭୮୧ ନୂତନ ଆକ୍ରାନ୍ତ
1 min readନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ କିଛି ଦିନ ହେବ ଦେଶରେ ୧୨ ହଜାର ତଳକୁ ସଂକ୍ରମଣ ଖସୁନଥିବା ଦେଖିବାକୁ ମିଳୁଛି । ଆଜି ପୁଣି ଦେଶରେ ୧୨ହଜାର ୭୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୭୫ ହଜାର ଟପିଛି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୭୬, ୭୦୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।
ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦେଶରେ ଦୈନିକ ପଜିଟିଭିଟି ହାର ୪.୩୨% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ୫ଲକ୍ଷ ୨୪ ହଜାର ୮୭୩ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍ କରୋନାରୁ ସୁସ୍ଥ ହେଲେଣି ୪,୨୭,୦୭,୯୦୦ଜଣ ଆକ୍ରାନ୍ତ ।