Pratidin TV

Odisha's Digital News Platform

ରାଜ୍ୟରୁ ଚିହ୍ନଟ ହେଲେ ୧୯ ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୫ ଜଣ, ବାଲେଶ୍ବର ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଁଏ, ଦେବଗଡ଼,ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୩୫ଜଣ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *