Pratidin TV

Odisha's Digital News Platform

ହୀରାକୁଦ ଡ୍ୟାମ୍ ରେ ବନ୍ଦ ହେଲା ୨ ଗେଟ , ୧୮ ଗେଟ ଦେଇ ହେଉଛି ଜଳ ନିଷ୍କାସନ

ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର କମିବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା କମିଥିବା ସହ ଡ୍ୟାମ ଭିତରକୁ ଜଳ ପ୍ରବେଶ କମିଛି। ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗେଟ୍‌ ବନ୍ଦ କରାଯାଉଛି। ଆଜି 2ଟି  ଗେଟ୍‌ ବନ୍ଦ  କରାଯାଇଛି। ବର୍ତ୍ତମାନ ହୀରାକୁଦ ଡ୍ୟାମରୁ 18ଟି ଗେଟ୍‌ ଦେଇ ଜଳନିଷ୍କାସନ କରାଯାଉଛି।ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ ହେବା ଦ୍ୱାରା କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର ହ୍ରାସ ପାଉଛି । ଆଜି ସକାଳ ସୁଦ୍ଧା ୬୧୧.୮୫ ଫୁଟ ରହିଛି ।

ଡ୍ୟାମ ଭିତରକୁ ୧,୫୭,୨୭୨ କ୍ୟୁସେକ ପ୍ରବେଶ କରୁଥିବା ବେଳେ ୩,୦୯,୭୪୦ କ୍ୟୁସେକ ନିଷ୍କାସିତ ହେଉଛି। ଏବେ ହୀରାକୁଦର ବାମ ପାର୍ଶ୍ୱରେ ୧୨ ଓ ଦକ୍ଷିଣ ପାର୍ଶ୍ୱରେ ୬ଟି ଗେଟ୍‌ ଖୋଲା ଅଛି।ଗତକାଲି ରାତି ୧୨ଟା ସମୟରେ ସର୍ବାଧିକ ୪ ଲକ୍ଷ ୮୫ ହଜାର ୪୩୦ କ୍ୟୁସେକ ଜଳ ମୁଣ୍ଡଳୀରେ ପ୍ରବାହିତ ହୋଇଥିଲା। ତେବେ ଗତକାଲି ମଧ୍ୟରାତ୍ରିରୁ ଜଳସ୍ତର ସ୍ଥିର ରହିଥିବା ବେଳେ ଆଜି ସକାଳ ୬ଟା ସମୟରେ ୪ ଲକ୍ଷ ୮୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି। ମୁଣ୍ଡଳୀରେ ଅପ୍ ଷ୍ଟ୍ରିମରେ ୮୭.୮୦ ଫୁଟ ଓ ଡାଉନ୍ ଷ୍ଟ୍ରିମରେ ୮୪.୯୦ ଫୁଟ ଜଳସ୍ତର ରହିଛି ତେଣୁ ମୁଣ୍ଡଳୀରେ ଏବେ ଜଳସ୍ତର ବୃଦ୍ଧିର ସମ୍ଭାବନା କମ୍‌ ରହିଛି। ଫଳରେ ମଧ୍ୟମ ଧରଣର ବନ୍ୟା ଆଶଙ୍କାର ସମ୍ଭାବନା ନାହିଁ ବୋଲି ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀ ସୂଚନା ଦେଇଛନ୍ତି

Leave a Reply

Your email address will not be published. Required fields are marked *