Pratidin TV

Odisha's Digital News Platform

ରାଜ୍ୟରୁ ଚିହ୍ନଟ ହେଲେ ୨୨ ଜଣ ଆକ୍ରାନ୍ତ: ଧୀରେ ଧୀରେ ବଢୁଛି କରୋନାର ପ୍ରକୋପ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୨୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨ ଜଣ, ଝାରସୁଗୁଡ଼ାରୁ ୫ ଜଣ, ସୁନ୍ଦରଗଡ଼ରୁ ୩ ଜଣ,କଟକରୁ ୨ ଜଣ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୯୨ଜଣ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *