Pratidin TV

Odisha's Digital News Platform

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ..

1 min read

ଭୁବନେଶ୍ୱର : ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ,  ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି ।  ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ। ଏଥିରେ ଜଣେ ଷ୍ଟେସନ ଅଫିସର,  ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି

Leave a Reply

Your email address will not be published. Required fields are marked *