Pratidin TV

Odisha's Digital News Platform

ଝରଣା ପାଖରେ ବସିଥିଲେ , ହଠାତ୍ ମାଡି ଆସିଲା ପାଣି ; ଭାସିଗଲେ ୫ ଡାକ୍ତରୀ ଛାତ୍ରଛାତ୍ରୀ ….

1 min read

ମାଲକାନଗିରି ; ମାଲକାନଗିରି ଜିଲ୍ଲା ସୀମାନ୍ତ ଜଳ ପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀ ମୃତ ଓ ଜଣେ ଡାକ୍ତରୀ ଛାତ୍ରୀ ନିଖୋଜ । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲାର ମୋଟୁ ଠାରୁ ପ୍ରାୟ ୪୦କିମି ଦୂରରେ ଥିବା ଆନ୍ଧ୍ରପ୍ରଦେଶ ର ଆଲୁରି ଜିଲ୍ଲାର ଜଳ ତରଙ୍ଗିନୀ ନାମକ ଝରଣାକୁ ୧୩ଜଣ ଡାକ୍ତରୀ ଛାତ୍ର ବୁଲିବାକୁ ଯାଇଥିଲେ ।

ତେବେ ଜଳ ପ୍ରପାତ ନିକଟରେ ସମସ୍ତେ ବସି ଗପସପ୍ ହେଉଥିବା ବେଳେ ହଠାତ ପ୍ରଖର ସ୍ରୋତ ର ଜଳ ମାଡିଆସିବାରୁ ୪ଜଣ ଝିଅ ଛାତ୍ରୀ ଓ ଜଣେ ଛାତ୍ର ପାଣି ମଧ୍ୟରେ ଭାସି ଯାଇଥିଲେ । ସେଠାରୁ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଉଦ୍ଧାର କରଯାଇଥିଲା ଏବଂ ଅନ୍ୟ ୩ଜଣ ଛାତ୍ରୀ ପାଣି ମଧ୍ୟରେ ଭାସି ଯାଇଥିଲେ । ଉଦ୍ଧାର ହୋଇଥିବା ୨ଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଯାହାଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡିଛି ।

Advertisement

ଅନ୍ୟପଟେ ପାଣିରେ ଭାସି ଯାଇଥିବା ୩ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ଥିବା ବେଳେ ଅନ୍ୟ ୨ଜଣ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ଗତକାଲି ବିଳମ୍ବିତ ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ରାତି ହେବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା । ଆଜି ସକାଳୁ ନିଖୋଜ ଛାତ୍ରୀ ଙ୍କ ତଲାସୀ ଜାରି ରହିଛି । ଏହି ସବୁ ଛାତ୍ର ଛାତ୍ରୀ ମାନେ ଏଲୁର ମେଡିକାଲ କଲଜେ ର ବୋଲି ଜଣାପଡିଛି ।

Leave a Reply

Your email address will not be published. Required fields are marked *