Pratidin TV

Odisha's Digital News Platform

ରାଜ୍ୟରେ ୧୩ କୁ ବଢିଲା କରୋନା ଆକ୍ରାନ୍ତ ସଂଖ୍ୟା , ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ।

ଭୁବନେଶ୍ୱର ; ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡିଶାରେ ଦିନକୁ ଦିନ ବଢୁଛି ପଜେଟିଭ୍ । ପୂର୍ବରୁ ପଜେଟିଭ୍ ସଂଖ୍ୟା ୮ ରେ ଥିବା ବେଳେ ଆଜି ଆହୁରି ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩ରେ ପହଁଚିଛି । ଗତକାଲି ମଧ୍ୟ ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସମସ୍ତ ଆକ୍ରାନ୍ତ ଘରୋଇ ସଙ୍ଗରୋଧରେ ରହିଛନ୍ତି ।

ତେବେ ଏନେଇ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଲୋକମାନଙ୍କୁ ଭୟବୀତ ନହେବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର । ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ବେଳେ କେହି ସେମିତି ଗୁରୁତର ହୋଇନାହାନ୍ତି ବୋଲି ସୂଚନା ରହିଛି।

Leave a Reply

Your email address will not be published. Required fields are marked *