Pratidin TV

Odisha's Digital News Platform

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୬୨ ଆକ୍ରାନ୍ତ ଚିହ୍ନଟ

1 min read

ଭୁବନେଶ୍ଵର : ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୯୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭ ଜଣ, କଟକରୁ ୮ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଜଗତସିଂହପୁର, ଝାରସୁଗୁଡ଼ା, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୯ ଜଣ ଆକ୍ରାନ୍ତ ରହିଛନ୍ତି।

Advertisement

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୦୨ ଜଣ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *