Pratidin TV

Odisha's Digital News Platform

ଶ୍ରୀରାମଙ୍କ ଦର୍ଶନ ସମୟରେ କୂଅରେ ଗଳିପଡିଲେ ଭକ୍ତ , ୧୩କୁ ବଢିଲା ମୃତ୍ୟୁ ସଂଖ୍ୟା…

1 min read

ମଧ୍ୟପ୍ରଦେଶ : ଇନ୍ଦୋର ମନ୍ଦିର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି । ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ଗୃହମନ୍ତ୍ରୀ । ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶର ଇନ୍ଦୋରରେ ଗୁରୁବାର ରାମ ନବମୀ ଅବସରରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଶ୍ରୀ ବେଲେଶ୍ୱର ଝୁଲେଲାଲ ମନ୍ଦିରରେ କୂଅ ଛାତ ଭୁଷୁଡ଼ିପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ଲୋକ ୪୦ଫୁଟ ଗଭୀର କୂଅରେ ପଡ଼ିଯାଇଥିଲେ ।

ଏହି ଦୁର୍ଘଟଣାରେ ୧୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ଜଣଙ୍କୁ ଉଦ୍ଧାର କରାଯାଇଛି । କୂଅରେ ୪ରୁ ୫ ଫୁଟ ପାଣି ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଥିଲା । ବର୍ତମାନ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ଅନ୍ୟପଟେ ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ଗୃହମନ୍ତ୍ରୀ ନିରୋତମ ମିଶ୍ର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି । ଆଉ ଆହତ ମାନଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବା ସହ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ସେ କହିଛନ୍ତି।

Advertisement

ମନ୍ଦିରରେ ଯଜ୍ଞ ଚାଲିଥିଲା । ଯଜ୍ଞ ଦେଖିବାକୁ ଲୋକଙ୍କ ଭିଡ ଜମିଥିଲା । ଲୋକେ ଏହି କୂଅ ଉପରେ ବସି ଯଜ୍ଞ ଦେଖୁଥିଲେ । ଓଜନ ବଢି ଯିବାରୁ କୂଅର ଛାତ ଭୁଶୁଡି ପଡିଥିଲା । ଲୋକେ କିଛି ଭାବିବା ପୂର୍ବାରୁ କୂଅ ଭିତରେ ଗଳି ପଡିଥିଲେ । ଅଗ୍ନିଶମ ବାହିନୀ ଓ ପୋଲିସ ପହଂଚି ଲେକାମାନଙ୍କୁ ଉଦ୍ଧାର କରିଥିଲେ ।

Leave a Reply

Your email address will not be published. Required fields are marked *