Pratidin TV

Odisha's Digital News Platform

କଂଗ୍ରେସରୁ ବହିସ୍କୃତ ହେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ…..

1 min read

ଭୁବନେଶ୍ୱର : କଂଗ୍ରେସରୁ ବିଦା ହେଲେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ଓ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ । ଦଳବିରୋଧୀ କାର୍ଯ୍ୟ ପାଇଁ ଆଜି କଂଗ୍ରେସରୁ ନିଲମ୍ବନ କରାଯାଇଛି । ଏନେଇ ଆଜି ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ କମିଟିର ସଦସ୍ୟ ସଚିବ ତାରିକ୍ ଅନୱାର ଏକ ପ୍ରେସ୍ ରିଲିଜ୍ ଜାରି କରି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ ୨୦୧୯ ସାଧାରଣ ନିର୍ବାଚନ ପରଠୁ ଚିରଞ୍ଜିବୀ ନିଜକୁ ଦଳୀୟ ସାଂଗଠନିକ କାର୍ଯ୍ୟରୁ ସମ୍ପୂର୍ଣ୍ଣ ଦୂରେଇ ରଖିଥିବାବେଳେ ମୋକିମ୍ ବିଭିନ୍ନ ସମୟରେ ଦଳୀୟ ନିଷ୍ପତ୍ତିକୁ ପାଳନ କରୁନଥିଲେ । ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ କମିଟି ସଦସ୍ୟ ସଚିବ ତାରିକ୍ ଅନୱାର କହିଛନ୍ତି ଯେ, ଚିରଞ୍ଜିବୀ ଓ ମୋକିମ୍ ଦଳବିରୋଧୀ ଗତିବିଧିରେ ଲିପ୍ତ ଥିବା ନେଇ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କରିଥିଲେ ।

Advertisement

ତାଙ୍କର ଏହି ଅଭିଯୋଗ ଉପରେ ଶୃଙ୍ଖଳାଗତ କମିଟିରେ ଆଲୋଚନା ହୋଇଥିଲା ଓ ଉଭୟ ନେତାଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ଉଭୟ ନେତାଙ୍କଠୁ ଯେଉଁ ଉତ୍ତର ମିଳିଥିଲା ତାହା ସନ୍ତୋଷଜନକ ନଥିଲା । ତେଣୁ ଉଭୟ ନେତାଙ୍କୁ ଦଳ ବିରୋଧୀ କାର୍ଯ୍ୟକ୍ରମରେ ଲିପ୍ତ ରହିବା କାରଣରୁ ତତ୍କାଳ ପ୍ରଭାବରୁ କଂଗ୍ରେସ ଦଳରୁ ନିଲମ୍ବନ କରାଗଲା ।

Leave a Reply

Your email address will not be published. Required fields are marked *