Pratidin TV

Odisha's Digital News Platform

ଖରାରେ ଶିଝୁଛି ଓଡ଼ିଶା: ୮ଟି ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

1 min read

ଭୁବନେଶ୍ୱର: ତତଲା କଡ଼େଇରେ ଛଟପଟ ହେଉଛନ୍ତି ପଶ୍ଚିମ ଓଡ଼ିଶା ବାସୀ। କଲବଲ କରୁଥିବା ତାତିରୁ ନିସ୍ତାର ପାଇଁ ଆଉଟୁପାଉଟୁ ହେଉଥିବା ବେଳେ ଏବେ ସେଥିରୁ ମିଳିବନି ତ୍ରାହି। ଆହୁରି ୨ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ/ପଶ୍ଚିମ ଦିଗରୁ ଆସୁଥିବା ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶାର ୭ଟି ସହରରେ ପାରଦ ୪୪ ଡିଗ୍ରୀ ଅତିକ୍ରମ କରିଛି। ଏହି ଉତ୍ତପ୍ତ ବାୟୁର ପ୍ରଭାବ ପଶ୍ଚିମ ଓଡ଼ିଶାରେ ଆଗାମୀ ୨ରୁ୩ ଦିନ ପର୍ୟ୍ୟନ୍ତ ରହିବ। ଏଥିପାଇଁ ଆଗାମୀ ୨୪ ଘଣ୍ଟା ପାଇଁ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ମଧ୍ୟ ଏହି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ସେହି ଜିଲ୍ଲାଗୁଡ଼ିକ ହେଉଛି- ସମ୍ବଲପୁର,ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡି। ଏହି ୮ଟି ଜିଲ୍ଲାବାସୀ ଆଜି ଦିନ ୧୧ଟାରୁ ଦିନ ୩ଟା ପର୍ୟ୍ୟନ୍ତ ଯଥାସମ୍ଭବ ଯାତାୟତରୁ ନିବୃତ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Advertisement

Leave a Reply

Your email address will not be published. Required fields are marked *