Pratidin TV

Odisha's Digital News Platform

ବଢିଲା ଟ୍ରେନ୍ ଦୁର୍ଘଟଣାର କ୍ଷତିପୂରଣ ରାଶି ; ଏଣିକି ମୃତ୍ୟୁ ହେଲେ ମିଳିବ ପୂର୍ବପେକ୍ଷା ୧୦ ଗୁଣା ଟଙ୍କା …

1 min read

ନୂଆଦିଲ୍ଲୀ ; ଭାରତୀୟ ରେଳ ବୋର୍ଡର ବଡ ଘୋଷଣା । ଦଶ ଗୁଣା ବଢିଲା କ୍ଷତିପୂରଣ ରାଶି । ଏଣିକି ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ହେଲେ ପୂର୍ବପେକ୍ଷା ମିଳିବ ୧୦ ଗୁଣା ଟଙ୍କା ।

ପୂର୍ବରୁ ରେଳବାଇ ପକ୍ଷରୁ ୨୦୧୨ ଓ ୨୦୧୩ ମସିହାରେ କ୍ଷତିପୂରଣ ରାଶିର ପରିମାଣରେ ସଂଶୋଧନ କରାଯାଇଥିଲା । ରେଳବାଇ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଟ୍ରେନ୍ ଦୁର୍ଘଟଣା ଓ ଅତର୍କିତ ଭାବେ ଘଟୁଥିବା ଅନ୍ୟ ଘଟଣା ଯୋଗୁ ଟ୍ରେନ ଯାତ୍ରୀଙ୍କ ମୃତ୍ୟୁ ହେଲେ ଏହି ବର୍ଦ୍ଧିତ କ୍ଷତିପୂରଣ ରାଶି ପ୍ରଦାନ କରାଯିବ । ଏବେ ରେଳବାଇର ନୂଆ ନିର୍ଦ୍ଦେଶାନାମା ଅନୁଯାୟୀ, ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୫୦ ହଜାର ପରିବର୍ତ୍ତେ ୫ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ । ସେହିପରି ଗୁରୁତର ଆହତଙ୍କୁ ମିଳୁଥିବା କ୍ଷତିପୂରଣ ରାଶିକୁ ୨୫ ହଜାରରୁ ବଢ଼ାଇ ୨.୫୦ ଲକ୍ଷ ଟଙ୍କା କରାଯାଇଛି। । ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ୫ ହଜାର ପରିବର୍ତ୍ତେ ୫୦ ହଜାର ଟଙ୍କା ମିଳିବ । ଏହି ସଂଶୋଧିତ କ୍ଷତିପୂରଣ ରାଶି ଲେବଲ୍ କ୍ରସିଂ ଉପରେ ହେଉଥିବା ଦୁର୍ଘଟଣା ଉପରେ ମଧ୍ୟ ଲାଗୁ ହେବ । ତା ସହିତ ରେଳ ଦୁର୍ଘଟଣାରେ କୌଣସି ବ୍ୟକ୍ତି ଗୁରୁତର ଭାବେ ଆହତ ହେଲେ ସେମାନଙ୍କୁ ମଧ୍ୟ ହସ୍ପିଟାଲ ସମ୍ଭନ୍ଧୀୟ କ୍ଷତିପୂରଣ ରାଶି ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି ।

Advertisement

ଏହାବାଦ ଅତର୍କିତ ଘଟଣା ଯେପରି ଟ୍ରେନ୍ ଉପରେ ଆତଙ୍କବାଦୀ ଆକ୍ରମଣ, ଟ୍ରେନ୍ରେ ଡକାୟତି, ହିସାଂକାଣ୍ଡ ଆଦି ଘଟଣା ଘଟି କାହାର ଜୀବନ ହାନୀ ଘଟିଲେ ତଥା କେହି ଗୁରୁତର ଆହତ ହେଲେ ସହାୟତା ରାଶିର ପରିଣାମ ବଢ଼ାଯିବ । ଏପରି ଘଟଣାରେ ମୃତ୍ୟୁମୁଖରେ ପଡ଼ୁଥିବା ଯାତ୍ରୀଙ୍କୁ ଦେଢ ଲକ୍ଷ, ଗୁରୁତରଙ୍କୁ ୫୦ ହଜାର ଓ ସାମାନ୍ୟ ଆହତଙ୍କୁ ୫ ହଜାର ମିଳିବ । ପୂର୍ବରୁ ଏହି ରାଶି ଯଥାକ୍ରମରେ ୫୦ ହଜାର, ୨୫ ହଜାର ଓ ୫ ହଜାର ଟଙ୍କା ଥିଲା।

Leave a Reply

Your email address will not be published. Required fields are marked *