Pratidin TV

Odisha's Digital News Platform

ଖାରକିଭ୍‌ରୁ ପୁଣି ଉଦ୍ଧାର ହେଲେ ୬୫ ଓଡ଼ିଆ ଛାତ୍ରଛାତ୍ରୀ, ଓଡ଼ିଶା ଫେରିଲେଣି ୧୯୯ ପିଲା

ଡିଶା ସରକାର ସ୍ବତନ୍ତ୍ର ବସ୍‌ ବ୍ୟବସ୍ଥା କରି ନିରାପଦ ସ୍ଥାନକୁ ଆଣିଲେ

ଭୁବନେଶ୍ବର: ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପେସୋଚିନରେ ବର୍ତ୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି। ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ବତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଞ୍ଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି।

ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ହେବାରୁ ଏ ପର୍ଯ୍ୟନ୍ତ ୧୯୯ ଜଣ ଛାତ୍ରଛାତ୍ରୀ ନିରାପଦରେ ଭାରତରେ ପହଞ୍ଚି ସାରିଛନ୍ତି। ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି । ନୂଆଦିଲ୍ଲୀସ୍ଥିତ ରେସିଡେଣ୍ଟ କମିସନର ଅଫିସ୍‌ ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ରକ୍ଷା କରୁଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ (ପୋଲାଣ୍ଡ, ହଙ୍ଗେରି, ରୋମାନିଆ ଓ ସ୍ଲୋଭାକିଆ) ପାଇଁ ୪ ଜଣ ସ୍ବତନ୍ତ୍ର ପ୍ରତିନିଧିଙ୍କୁ ସମନ୍ବୟ ରଖିବା ପାଇଁ ଦାୟିତ୍ବ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *