Pratidin TV

Odisha's Digital News Platform

ଏସିଆନ କ୍ରୀଡା ପଦକ ବିଜେତା କିଶୋରଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ ଦେଢ କୋଟି ଟଙ୍କାର ଚେକ୍‌

1 min read

ଭୁବନେଶ୍ୱର : ଶେଷ ହୋଇ ସାରିଛି ଏସିଆନ ଗେମ୍ସ । ଆଉ ଏଥିରେ ଜାଭେଲିନ୍ ଥ୍ରୋରେ ଓଡ଼ିଆ ଆଥଲେଟ୍ କିଶୋର କୁମାର ଜେନା ରୌପ୍ୟ ପଦକ ହାସଲ କରିଥିଲେ । ପଦକ ପାଇ ଓଡିଶାର ନାଁ ରଖିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଶୋରଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଥିଲେ ।ଆଉ ସେ ଖେଳ ସାରି ଓଡିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ଦେଇଥିବା କଥା ରଖିଛନ୍ତି । କିଶୋରଙ୍କୁ ପୁରସ୍କାର ସ୍ୱରୂପେ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି ।

ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନିକଟରେ ଚାଇନାର ହାଙ୍ଗଝୌରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ହାସଲ ସହ ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସରେ ନିଜର ସ୍ଥାନ ସୁନିଶ୍ଚିତ କରିଛନ୍ତି କିଶୋର । ତେଣୁ ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ଅଭିନନ୍ଦନ ଜଣାଇବା ସହ ସମସ୍ତ ସହଯୋଗ ଯୋଗାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସମ୍ବର୍ଦ୍ଧନା ଉତ୍ସବରେ ୫ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି କିଶୋରଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

Advertisement

Leave a Reply

Your email address will not be published. Required fields are marked *