Pratidin TV

Odisha's Digital News Platform

ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍‌: ଆଜି ଦୁବାଇ ଯିବେ ନବୀନ

1 min read

Odisha, June 25 (ANI): Odisha Chief Minister Naveen Patnaik inaugurating the Product Application and Development Centre, set up by Indian Oil Corporation Ltd (IOCL), via video conferencing, in Paradip on Thursday. (ANI Photo)

ଭୁବନେଶ୍ୱର: ଆଜି ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁବାଇରେ ହେବ ମେକ୍ ଇନ୍ ଓଡ଼ିଶା କନକ୍ଲେଭ । ଏଥିପାଇଁ ସଜେଇ ହୋଇଛି ଦୁବାଇର ରାଜରାସ୍ତା, ଲାଗିଛି ମେକ୍-ଇନ୍-ଓଡ଼ିଶାର ହୋର୍ଡିଂ । ୨୯ ତାରିଖରେ ମଧ୍ୟପ୍ରାଚ୍ୟର ପୁଞ୍ଜିପତିଙ୍କ ସହ ସିଧାସଳଖ କଥା ହେବେ ମୁଖ୍ୟମନ୍ତ୍ରୀ । କରୋନା ସମୟରେ ବି ରାଜ୍ୟରେ ରେକର୍ଡ ପରିମାଣର ପୁଞ୍ଜିନିବେଶ ହୋଇଛି ।

ଦୁବାଇରେ ଖାଦ୍ୟ ପ୍ରକ୍ରିୟାକରଣ, ପର୍ୟ୍ୟଟନ ସହିତ ପେଟ୍ରୋକେମିକାଲ୍ସ, ପେଟ୍ରୋଲିୟମ ସେକ୍ଟର ଏବଂ ଡାଉନଷ୍ଟ୍ରିମ ଇଣ୍ଟଷ୍ଟ୍ରୀ ଉପରେ ଫୋକସ ରହିବ । ଓଡ଼ିଶାରେ ଥିବା ଶିଳ୍ପ ଅନୁକୂଳ ବାତାବରଣ, ଲ୍ୟାଣ୍ଡ ବ୍ୟାଙ୍କ, ଇନଭେଷ୍ଟମେଣ୍ଟକୁ ଗ୍ରାଉଣ୍ଡ ଜିରୋରେ ରୂପାୟନ ପର୍ୟ୍ୟନ୍ତ ସରକାରଙ୍କ ସହଜ ଓ ସମୟ ଉପଯୋଗୀ ବ୍ୟବସ୍ଥା ବାବଦରେ ମୁଖ୍ୟମନ୍ତ୍ରୀ ଓ ଟିମ୍ ଓଡ଼ିଶା ପୁଞ୍ଜପତିଙ୍କ ସହ ଆଲୋଚନା କରିବେ । ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁବାଇରୁ ଦିଲ୍ଲୀ ଫେରି ସେହିଦିନ ରାତିରେ ଭୁବନେଶ୍ୱର ଫେରିବାର କାର୍ୟ୍ୟକ୍ରମ ରହିଛି ।

Advertisement

Leave a Reply

Your email address will not be published. Required fields are marked *