Pratidin TV

Odisha's Digital News Platform

ଆଜି ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ…

1 min read

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଆଜି ନୂତନ ରାଜ୍ୟପାଳ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ୧୧.୪୫ ମିନିଟ ସମୟରେ ହାଇକୋର୍ଟ ମୁଖ୍ୟ ବିଚାରପତି ରଘୁବର ଦାସଙ୍କୁ ଶପଥ ପାଠ କରାଇଛନ୍ତି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଆସିଥିବା ୱାରେଣ୍ଟ ପାଠ କରିବା ପରେ ଶପଥ ଗ୍ରହଣ କାର୍ଯ୍ୟ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା । ନୂତନ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବରେ ମୂଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟପାଳଙ୍କ ପରିବାର ତଥା ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ରାଜ୍ୟପାଳ ରଘୁବର ଦାସ ଶପଥ ଗ୍ରହଣ କରିବା ପରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା ।

Advertisement

Leave a Reply

Your email address will not be published. Required fields are marked *