Pratidin TV

Odisha's Digital News Platform

ଦେଶର ପ୍ରଥମ ମହିଳା ଏଡିସି ହେଲେ ଓଡିଆ ଝିଅ ମନୀଷା ପାଢୀ…

ଦେଶର ପ୍ରଥମ ମହିଳା ଏଡିସି ହେଲେ ଓଡିଆ ଝିଅ ମନୀଷା ପାଢୀ । ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ତାଙ୍କୁ ଏଡିସି ଭାବେ ନିଯୁକ୍ତି ଦେଇଛନ୍ତି । ଲିଡର ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ବାୟୁସେନା ଅଧିକାରୀ । ସେ ଏହି ପଦବୀରେ ନିଯୁକ୍ତ ହୋଇଥିବା ଦେଶର ପ୍ରଥମ ମହିଳା ।

ସ୍କ୍ୱାର୍ଡନ ଲିଡର ମନୀଷା ପାଢୀ ଏହା ପୂର୍ବରୁ ବିଦାର, ପୁନେ ଓ ଭଟିଣ୍ଡା ଭଳି ଗୁରୁତ୍ୱପୂର୍ଣ୍ଣ ଏୟାରଫୋର୍ସ ଷ୍ଟେସନରେ ନିଯୁକ୍ତ ଥିଲେ । ଗତକାଲି ମନୀଷା ନିଜ ପଦବୀରେ ଯୋଗଦେଇଛନ୍ତି । ସୂଚନା ଅନୁସାରେ, ମନୀଷା ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ବାସିନ୍ଦା । ତାଙ୍କର ମାତାପିତା ଭୁବନେଶ୍ୱରରେ ରୁହନ୍ତି ।

ମନୀଷା ଭୁବନେଶ୍ୱର ସି.ଭି.ରମଣ କଲେଜ ଅଫ ଇଂଜିନିୟରିଂରୁ ଶିକ୍ଷାଲାଭ କରିଛନ୍ତି । ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ଭାରତୀୟ ବାୟୁସେନା ଅଫିସର । ଏଡିସି ନିଯୁକ୍ତି ହେବାପରେ ମନୀଷାଙ୍କୁ ମେଘାଳୟ ରାଜ୍ୟପାଳଙ୍କ ରାଜଭବନର ସମସ୍ତ ବରିଷ୍ଠ ଅଧିକାରୀଙ୍କ ସହିତ ପରିଚୟ କରାଯାଇଥିଲା । ଏହାପରେ ଆଜି ଠାରୁ ସେ ତାଙ୍କର ଦାୟିତ୍ୱ ଗ୍ରହଣ କରିଛନ୍ତି ।

Leave a Reply

Your email address will not be published. Required fields are marked *