Pratidin TV

Odisha's Digital News Platform

ରାଜଧାନୀରେ ଏନକାଉଣ୍ଟର ; କୁଖ୍ୟାତ୍ ଅପରାଧୀ ରଘୁକୁ ଏନକାଉଣ୍ଟର କଲା କମିଶନରେଟ୍ ପୋଲିସ….

1 min read

ଭୁବନେଶ୍ୱର ; ଅନ୍ଧାର ରାତିରେ ରାଜଧାନୀରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ରଘୁ ବିଶ୍ଵାଳକୁ ଗୋଡାଇ ଗୋଡାଇ ଏନକାଉଣ୍ଟର କଲା କମିଶନରେଟ୍ ପୋଲିସ । ଖବର ଅନୁଯାୟୀ କୁଖ୍ୟାତ ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ । ରଘୁ ନାମରେ ୧୫ ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି । ସେଥି ମଧ୍ୟରୁ ବନ୍ଧୁକ ଜନିତ ମାମଲା ରହିଛି ୮ ଟି ।

ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେସଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାର ଜଣେ ସହଯୋଗି ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ । ଏହି ସମୟରେ ଏମାନଙ୍କୁ ପୋଲିସ ଅଟକାଇବା ରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା । ୩ ରାଉଣ୍ଡ ଗୁଳି ମାଡ କରିବା ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚଳାଇବା ବେଳେ ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ପଡ଼ି ଯାଇଥିଲା । ପରେ ପୁନିଆ ଫେରାର ହୋଇଯାଇଥିଲା ।

ପୋଲିସ ରଘୁକୁ କାବୁ କରିଥିବା ବେଳେ ତା ନିକଟରୁ ୭.୫ mm ର ଏକ ପିସ୍ତଲ ଜବତ କରିଛି । ଆହତ ଅବସ୍ଥାରେ ରାଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

Leave a Reply

Your email address will not be published. Required fields are marked *