Pratidin TV

Odisha's Digital News Platform

ନୂଆ ବର୍ଷରେ ବଦଳିନି ସୁନାଦର, କିଣିବା ପୂର୍ବରୁ ପକାନ୍ତୁ ନଜର…

1 min read

ଭୂବନେଶ୍ୱର: ଆଜି ବର୍ଷ ଆରମ୍ଭରେ ବଦଳିନି ସୁନାର ରେଟ । ଓଡିଶାରେ ବଜାରରେ ଜାରୀହେଲା ସୁନାର ମୂଲ୍ୟ । ଗତକାଲିର ସୁନାମୂଲ୍ୟ ତୁଳନାରେ ଆଜି ଦର ସମାନ ପରିଲକ୍ଷିତ ହୋଇଛି । ପରବର୍ତ୍ତୀ ସମୟରେ ଏହାର ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି । ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି ।

ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମପ୍ରତି ୫,୮୫୫ ଟଙ୍କା ମୂଲ୍ୟ ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୫୮,୫୫୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬,୩୮୭ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୩,୮୭୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫,୮୫୫ ଟଙ୍କା ଓ ୧୦ ଗ୍ରାମପ୍ରତି ୫୮,୫୫୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬,୩୮୭ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ୬୩,୮୭୦ ଟଙ୍କା ମୂଲ୍ୟ ରହିଛି ।

Advertisement

ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୩,୮୭୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୩,୮୭୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୮,୫୫୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୩,୮୭୦୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *