Pratidin TV

Odisha's Digital News Platform

ଦେଶରେ ଲକ୍ଷପତି ଦିଦି ଯୋଜନା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିଳିବ ଡ୍ରୋନ୍….

1 min read

ଆଜି ଅନ୍ତରୀଣ ବଜେଟ୍ ୨୦୨୪ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସବୁ ବଜେଟକୁ କ୍ରମର ସହ ସେ ସରକାରଙ୍କ ୧୦ ବର୍ଷର ଉପଲବ୍ଧିକୁ ବଖାଣିଛନ୍ତି ଅର୍ଥମନ୍ତ୍ରୀ।ସୀତାରମଣ ଘୋଷଣା କରି କହିଛନ୍ତି ଆଗାମୀ ୫ ବର୍ଷ ମଧ୍ୟରେ ଦେଶରେ ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରାଯିବ| ଗତ ବର୍ଷ ୨୦୨୩ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଏହି ଯୋଜନା ଘୋଷଣା କରିଥିଲେ | ଯେଉଁଥିରେ ଦେଶର ୨ କୋଟି ମହିଳାଙ୍କୁ ଲକ୍ଷପତି ଦିିଦି ବନାଯିବାକୁ ଘୋଷଣା କରିଥିଲେ । ଆଜି ଏହି ଯୋଜନାର ଲକ୍ଷ୍ୟକୁ ଅପଗ୍ରେଡ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ |

ଏହି ଲକ୍ଷପତି ଦିଦି ଯୋଜନାର ଉଦ୍ଦେଶ୍ୟ ହେଉଛି, ଦାରିଦ୍ର୍ୟ ଦୂରୀକରଣ ଏବଂ ଅର୍ଥନୈତିକ ସଶକ୍ତୀକରଣ । ଏହି ଯୋଜନରେ ମହିଳାମାନଙ୍କୁ ଦକ୍ଷତା ପ୍ରଶିକ୍ଷଣ ପ୍ରଦାନ କରାଯିବ ଯାହା ଦ୍ୱାରା ସେମାନେ ଯେପରି ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିପାରିବେ ତାହା ଏହି ଯୋଜନାର ମୂଳ ଲକ୍ଷ | ଏହି ଯୋଜନା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଜରିଆରେ କାର୍ଯ୍ୟକାରୀ କରାଯିବ | ଲକ୍ଷପତି ଦିଦିର ଲକ୍ଷ ପୂରଣ ପାଇଁ ମହିଳାମାନଙ୍କୁ ଅନେକ ପ୍ରକାର ଶିକ୍ଷା ଦିଆଯିବ | ଅର୍ଥମନ୍ତ୍ରୀ ଘୋଷଣା କରି କହିଛନ୍ତି ଏଥିରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଡ୍ରୋନ୍ ଯୋଗାଇବା ସହ ସେମାନଙ୍କୁ ଡ୍ରୋନ୍ ପରିଚାଳନା ଓ ମରାମତି ପାଇଁ ଶିକ୍ଷା ଦିଆଯିବ ।

ଗତବର୍ଷ ନଭେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗଠିତ କ୍ୟାବିନେଟ୍ କମିଟି ଲକ୍ଷପତି ଦିଦି ଯୋଜନାରେ ୧୨୬୧ କୋଟି ଟଙ୍କା ଖର୍ଚ୍ଚ କରି ୧୫ ହଜାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଡ୍ରୋନ୍ ଯୋଗାଇଦେବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଚଳିତ ବର୍ଷ ୨୦୨୪-୨୫ ଓ ୨୫-୨୬ ଆର୍ଥିକ ବର୍ଷରେ ଅର୍ଥମନ୍ତ୍ରୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୪,୫୦୦ ଡ୍ରୋନ୍ ଦେବାକୁ ବୈଠକରେ ନିଷ୍ପତ୍ତି ନେଇଛନ୍ତ୍ତି।

Leave a Reply

Your email address will not be published. Required fields are marked *