Pratidin TV

Odisha's Digital News Platform

ପୂର୍ବତନ ବିଧାୟିକାପୂର୍ବତନ ବିଧାୟିକା ଭି ସୁଜ୍ଞାନୀ ଦେଓଙ୍କର ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ..

1 min read

ଖଲ୍ଲିକୋଟର ପୂର୍ବତନ ବିଧାୟିକା , ତଥା ବିଶିଷ୍ଟ ରାଜନୀତିଜ୍ଞ ଭି ସୁଜ୍ଞାନୀ ଦେଓଙ୍କର ପରଲୋକ । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନରୁ ସେ ଅସୁସ୍ଥ ଥିଲେ ।ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ତେବେ ତାଙ୍କର ବିୟୋଗରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି । ତେବେ ତାଙ୍କର ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ସୋଶିଆଲ ମିଡିଆରେ ଏକ ପୋଷ୍ଟ କରି ଭାବବ୍ୱିହଳ ହୋଇଯାଇଛନ୍ତି ।

ସେ ଲେଖିଛନ୍ତି ଯେ “ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି । ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି । ଏହା ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି “।

ଭି. ସୁଜ୍ଞାନୀ କୁମାରୀ ଦେଓ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ ୮ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ୨ ଥର କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ୧୯୩୭ ମସିହା ଅଗଷ୍ଟ ୫ ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ । ସେ ମାଡ୍ରାସ ବିଶ୍ୱବିଦ୍ୟାଳୟରୁ ଏମଏ କରିଛନ୍ତି । ତେବେ ତାଙ୍କର ବିୟୋଗ ରେ ରାଜନୀତି ଜଗତରେ ଖେଳିଯାଇଛି ଶୋକର ଛାୟା ।

Leave a Reply

Your email address will not be published. Required fields are marked *