Pratidin TV

Odisha's Digital News Platform

ସରକାରଙ୍କ ବଡ ଘୋଷଣା ; ଗଠନ ହେଲା ନୂଆ ୩୪ଟି NAC , ଆଉ ୫ ଏନ୍ଏସି ହେଲା ମ୍ୟୁନିସିପାଲିଟି…

1 min read

ଭୁବନେଶ୍ୱର ; ରାଜ୍ୟ ସରକାରଙ୍କ ବଡ ଘୋଷଣା । ରାଜ୍ୟରେ ଗଠନ ହେବ ୩୪ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ବା ଏନ୍ଏସି। ସେହିପରି ୫ଟି ଏନ୍ଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯାଇଛି।

୨୦ଟି ଜିଲ୍ଲାରେ ୩୪ଟି ନୂତନ ଏନ୍ଏସି ଗଠନ କରାଯିବାକୁ ନିଷ୍ପତ୍ତି ହୋଇଛି। ସେଗୁଡ଼ିକ ହେଲା- ଅନୁଗୋଳ ଜିଲ୍ଲାର ପାଲଲହଡ଼ା ଓ ଛେଣ୍ଡିପଦା, ବାଲେଶ୍ୱରର ବସ୍ତା ଓ ସିମୁଳିଆ, ବରଗଡ଼ର ପାଇକମାଳ ଓ ଭେଡେନ, ଭଦ୍ରକର ଅଗରପଡ଼ା, ବଲାଙ୍ଗିରର ବେଲପଡ଼ା ଓ ସଂଇତଳା, ଯାଜପୁରର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡିର ଜୟପାଟଣା, କନ୍ଧମାଳର ରାଇକିଆ, କୋରାପୁଟର ବୋରିଗୁମା, ନୂଆପଡ଼ାର ସିନାପାଲି, ରାୟଗଡ଼ାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁରର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ର ବଣେଇ, ଗଞ୍ଜାମର ଶେରଗଡ଼ ଓ କୁକୁଡ଼ାଖଣ୍ଡି, ନୟାଗଡ଼ର କଣ୍ଟିଲୋ, ଖୋର୍ଦ୍ଧାର ଟାଙ୍ଗୀ ଓ ବେଗୁନିଆ, କଟକର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜର ବେତନଟି, ଢେଙ୍କାନାଳର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

Advertisement

ସେହିପରି ୫ ଏନ୍ଏସିକୁ ମ୍ୟୁନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର, ଆସ୍କା ଏନ୍ଏସିରୁ ମ୍ୟୁନିସିପାଲିଟି ହେଲା ।

Leave a Reply

Your email address will not be published. Required fields are marked *