Pratidin TV

Odisha's Digital News Platform

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି , ରାଜ୍ୟରେ ଲାଗୁହେବନି CAA ..

1 min read

ଦୀର୍ଘ ୫ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ବାସ୍ତବ ରୂପ ନେଇଛି । ଠିକ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ଏହାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସିଏଏରେ ବ୍ୟବସ୍ଥିତ ହୋଇଥିବା ଆଇନ ସାର୍ବଜନୀନ କରାଯାଇଛି । ଏନେଇ ମନ୍ତ୍ରଣାଳୟ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିସାରିଛି । ତେବେ ଏହି ଘୋଷଣା ପରେ ଦେଖାଦେଇଥିଲା ବିବାଦ ।

ଏହି ବାଦ ବିବାଦ ଭିତରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ୍ ନାଗରିକତା ସଂଶୋଧନ ଆଇନକୁ ‘ବିଭାଜନକାରୀ ଏବଂ ଅଦରକାରୀ’ କହିବା ସହ ରାଜ୍ୟରେ ଏହାକୁ କାର୍ଯ୍ୟକାରୀ କରାଯିବ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନାଗରିକତା ସଂଶୋଧନ ଆଇନ ତରବରିଆ ଭାବେ କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ଷ୍ଟାଲିନ୍ । ଷ୍ଟାଲିନ୍ କହିଛନ୍ତି ଯେ ନାଗରିକତା ସଂଶୋଧନ ଆଇନ ଏବଂ ଏହାର ନିୟମ ସମ୍ବିଧାନର ମୌଳିକ ଢାଞ୍ଚା ବିରୁଦ୍ଧରେ ଯାଇଛି ।

Advertisement

Leave a Reply

Your email address will not be published. Required fields are marked *