Pratidin TV

Odisha's Digital News Platform

ଆପୋଲ ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରସନ୍ନ ଆଚାର୍ଯ୍ୟ..

1 min read

ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ଭୁବନେଶ୍ୱରର ଆପୋଲ ହସପିଟାଲକୁ ଏୟାରଲିପ୍ଟ କରାଯାଇଥିଲା । ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା ।

ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ରାତି ପ୍ରାୟ ସାଢେ ୧୨ଟା ସମୟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଡିହି ନିକଟରେ ଏକ ଟ୍ୟାଙ୍କର ତାଙ୍କ କାରକୁ ଧକ୍କା ଦେଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରେଢାଖୋଲ ଓ ପରେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସଓ ଓ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି ।

Advertisement

Leave a Reply

Your email address will not be published. Required fields are marked *