Pratidin TV

Odisha's Digital News Platform

ମେଣ୍ଟ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ , ଏକାକି ଲଢିବେ ବିଜେଡି-ବିଜେପି ..

1 min read

ମେଣ୍ଟ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ହେବନି ମେଣ୍ଟ ଏକାକୀ ଲଢ଼ିବେ ବିଜେଡି -ବିଜେପି ।ମେଣ୍ଟକୁ ନେଇ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏହାପରେ ମନମୋହନଙ୍କ ଟ୍ୱିଟ କୁ ରିପୋଷ୍ଟ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ସେ ଲେଖିଛନ୍ତି, “ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟ ସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଛୁ ।”କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।

Advertisement

ତେବେ ତାଙ୍କର ଏହି ଟ୍ୱିଟ ପରେ , ଚଳିତ ବର୍ଷ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଲାଗି ରହିଥିବା ମେଣ୍ଟ ଚର୍ଚ୍ଚାର ଅବସାନ ଘଟିଛି । ବିଜିପି-ବିଜେଡ଼ି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଶେଷ ହୋଇଛି । ବିଜେପି ଆଉ ବିଜେଡି ଏକାକୀ ଲଢିବ ବୋଲି ସ୍ପଷ୍ଟ ହୋଇଛି ।

Leave a Reply

Your email address will not be published. Required fields are marked *