Pratidin TV

Odisha's Digital News Platform

ଭୁଲ ପ୍ରଶ୍ନ ପାଇଁ ମିଳିଲା ଫୁଲ ମାର୍କ, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ହସ୍ତକ୍ଷେପ ଯୋଗୁ ୨୪ ଘଣ୍ଟାରେ ସମାଧାନ

1 min read

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼, ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ଫଳରେ ୨୮ ହଜାର ୩୧୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି। ଗତ ୧୧ ତାରିଖରେ ସିବିଏସ୍‌ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରଛାତ୍ରୀଙ୍କୁ କମ୍‌ ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଓଡିଆ ପରୀକ୍ଷାରେ ପ୍ରଶ୍ନ ଓ ଉତ୍ତରରେ ସାମଞ୍ଜସ୍ୟ ନ ଥିବା ଅଭିଯୋଗ ହୋଇଥିଲା। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୪ ଘଣ୍ଟା ମଧ୍ୟରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଏ ନେଇ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଥିଲା ଓ ଏହି କମିଟି ତ୍ରୁଟି ଅନୁଧ୍ୟାନ କରିଥିଲେ। ପରେ ରିପୋର୍ଟ ଆଧାରରେ ସିବିଏସ୍ଇ ଦଶମ ଶ୍ରେଣୀ ଓଡିଆ ବିଷୟର ଓଏମଆର ଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ସଠିକ୍ ଉତ୍ତର ସହ ମୂଲ୍ୟାଙ୍କନ କରାଯାଇଥିଲା। ସୂଚନା ଅନୁଯାୟୀ, ଛାତ୍ରଛାତ୍ରୀଙ୍କ ସଂଶୋଧିତ ମୂଲ୍ୟାଙ୍କନ ମାର୍କକୁ ସଂପୃକ୍ତ ବିଦ୍ୟାଳୟକୁ ପଠାଯାଇଛି।

Leave a Reply

Your email address will not be published. Required fields are marked *