Pratidin TV

Odisha's Digital News Platform

ଗଣଶିକ୍ଷା ବିଭାଗର ବଡ ନିଷ୍ପତ୍ତ: ସ୍କୁଲରେ ବାଜିବ ପାଣିପିଆ ଘଣ୍ଟି ..

1 min read

ଗଣଶିକ୍ଷା ବିଭାଗର ବଡ ନିଷ୍ପତ୍ତି । ଏବେ ସ୍କୁଲରେ ବାଜିବ ପାଣିପିଆ ଘଣ୍ଟି । ରାଜ୍ୟରେ ପ୍ରଚଣ୍ଡ ଖରାକ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛନ୍ତି । ଏଥର ସ୍କୁଲରେ ଘଣ୍ଟି ବାଜିଲେ ପିଲା ପାଣି ପିଇବେ । ଦୈନିକ କ୍ଲାସ ସମୟରେ ୩ ଥର ଜଳ ବିରତି ଘଣ୍ଟି ବାଜିବ । ଏବେ ସକାଳୁଆ ଚାଲୁଥିବାରୁ ସକାଳ ୮ଟା ୩୦, ୧୦ଟା ଏବଂ ୧୧ଟାରେ ଘଣ୍ଟି ବାଜିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ସେଥିପାଇଁ ରାଜ୍ୟରେ ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି । ସେହିପରି ଅଙ୍ଗନୱାଡି କେନ୍ଦ୍ରଗୁଡିକୁ ମଧ୍ୟ ସକାଳୁଆ ହେବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ । ତେବେ ଜଳ ବିରତି ଘଣ୍ଟି ବାଜିଲେ କ୍ଲାସରେ ଥିବା ପିଲା ପାଣି ପିଇବେ । ସମସ୍ତ ଛାତ୍ରଛାତ୍ରୀ ଉଦ୍ଦିଷ୍ଟ ସମୟରେ ପାଣି ପିଉଛନ୍ତି ନା ନାହିଁ, ଏହାକୁ ଶିକ୍ଷକ-ଶିକ୍ଷୟିତ୍ରୀମାନେ ତଦାରଖ କରିବେ । ଏହା ସହିତ ସ୍କୁଲ ଯିବା ଆସିବା ସମୟରେ ଛତା କିମ୍ବା ଟୋପି ବ୍ୟବହାର କରିବା ପାଇଁ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେବେ ବୋଲି ଚିଠିରେ ଲେଖାଯାଇଛି ।

Advertisement

Leave a Reply

Your email address will not be published. Required fields are marked *