Pratidin TV

Odisha's Digital News Platform

ବଙ୍ଗୋପ ସାଗରରେ ଦାନା ବାନ୍ଧିଲାଣି ବଡ଼ ଲଘୁଚାପ , ଫିକା ପଡିପାରେ ନିର୍ବାଚନ …

1 min read

ଏପଟେ ଆରମ୍ଭ ହେବାକୁ ଯାଉଛି ନିର୍ବାଚନ । ହେଲେ ଆସୁଛି ବଡ ବର୍ଷା ।  ନିର୍ବାଚନ କୁ ଫିକା ପକାଇବାକୁ ବଙ୍ଗୋପ ସାଗରରେ ଦାନା ବାନ୍ଧିଲାଣି ଲଘୁଚାପ । ସୂଚନାନୁଯାୟୀ ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରୁଛୁ ଯାହା ଖୁବ ଶୀଘ୍ର ଅବପାତର  ରୂପ ନେଇ ପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ପୂର୍ବାନୁମାନ  କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଏହା ଘନିଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ ।

ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ହେଲେ କେଉଁ ତାରିଖଠୁ ବର୍ଷା ଆରମ୍ଭ ହେବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।  ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବା ବେଳ ୨୧, ୨୨ ତାରିଖରେ ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୧ ତାରିଖ ପାଇଁ ହିଟ୍ ୱେବ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର ପାଇଁ ହିଟ୍ ୱେବ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *