Pratidin TV

Odisha's Digital News Platform

ପରଲୋକରେ ବିଜେଡି ଟାଣୁଆ ବିଧାୟକ ‘ବିଜୟ ରଞ୍ଜନ ସିଂ ବରିହା’

1 min read

ଭୁୁବନେଶ୍ୱର : ପୁଣି ବିଜେଡି ଦଳ ପାଇଁ ଦୁଃଖର ଖବର । ହରାଇଲା ଆଉ ଜଣେ ଟାଣୁଆ ନେତାଙ୍କୁ । ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । କିଛି ଦିନ ପୂର୍ବରୁ ତାଙ୍କ ସ୍ୱାସ୍ଥ ଅବସ୍ଥା ଖରାପ ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଙ୍କ ଉତ୍ତମ ଚିକିତ୍ସା ସର୍ତ୍ତେ ମଧ୍ୟ ତାଙ୍କ ସ୍ୱାସ୍ଥ ଅବସ୍ଥାରେ କୌଣସି ସୁଧାର ଆସୁନଥିବା ବେଲେ ଗତକାଲି ସେ ହଠାତ୍ ଗୁରୁତର ହୋଇପଡିଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ।

ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟ୍ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ଏବଂ ୨୦୦୯ରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ବିଜୟୀ ହୋଇ ବିଧାନସଭାକୁ ଆସିବା ପରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ବିଜେଡି ଟିକେଟରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ମୃତ୍ୟୁବେଳକୁ ସେ ଦଳର ବରଗଡ଼ ଜିଲ୍ଲା ସଭାପତି ଭାବେ ମଧ୍ୟ କାର‌୍ୟ୍ୟ କରୁଥିଲେ।

Advertisement

ସ୍ୱର୍ଗତଃ ବରିହାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା ପରିସରକୁ ନିଆଯିବ। ତା’ପରେ ଦଳୀୟ ଅଫିସ୍କୁ ନିଆଯିବ। ସେଠାରେ ସମସ୍ତେ ଶ୍ରଦ୍ଧାଞ୍ଜଳି ଦେବା ପରେ ମରଶରୀରକୁ ପଦ୍ମପୁର ନିଆଯିବ ଓ ସେଠାରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ସୂଚନା ମିଳିଛି।୫ ଥର ବିଧାୟକ ରହିଥିବା ସ୍ୱର୍ଗତଃ ବରିହା ପଶ୍ଚିମ ଓଡ଼ିଶାରେ ଜଣେ ସୁସଂଗଠକ ଓ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ଦଳର ନେତାଏ ଦୁଃଖ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *