Pratidin TV

Odisha's Digital News Platform

ଓଡ଼ିଶାରେ ବିଜେପି ସରକାର, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

1 min read

ଆରମ୍ଭ ହେଲା ମୋହନ ମାଝୀ ଯୁଗ | ଓଡ଼ିଶାରେ ଆଜିଠାରୁ ଆରମ୍ଭ ହେଲା ବିଜେପି ସରକାର | ପ୍ରଥମ ଥର ପାଇଁ ଓଡ଼ିଶାରେ ବିଜେପି ସରକାର ହେଲା ଗଠନ |ତେବେ ଆଜି ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି | ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି।

ଶପଥଗ୍ରହଣ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି। ଶପଥ ଗ୍ରହଣ ଉତ୍ସବ ପରେ ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *