Pratidin TV

Odisha's Digital News Platform

ଅରୁଣାଚଳପ୍ରଦେଶ ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ ..

1 min read

ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ । ଅରୁଣାଚଳ ପ୍ରଦେଶରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି  । ସେପଟେ ତାଙ୍କ ସହ ଅରୁଣାଚଳ ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ଭାବେ ଚୌନା ମେନ୍‌ ମଧ୍ୟ ଶପଥ ନେଇଛନ୍ତି।   ରାଜ୍ୟପାଳ କେ.ଟି. ପରନାଇକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ନେତାମାନଙ୍କ ଉପସ୍ଥିତିରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ସେହିପରି ଚାଓନା ମୀନ୍‌ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଖାଣ୍ଡୁଙ୍କ ସହ ୧୧ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗତକାଲି ପେମା ଖାଣ୍ଡୁ ସର୍ବସମ୍ମତିକ୍ରମେ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶହା, ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା ଏବଂ ଅନ୍ୟ ନେତାଙ୍କ ଉପସ୍ଥିତିରେ ରାଜ୍ୟପାଳ କେ.ଟି ପରନାଇକ୍‌ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Advertisement

Leave a Reply

Your email address will not be published. Required fields are marked *