Pratidin TV

Odisha's Digital News Platform

ଆଜି ଜନ୍ମ ମାଟି ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଜନ୍ମ ମାଟିକୁ ଆସୁଛନ୍ତି | କେନ୍ଦୁଝରର ଆଦିବାସୀ ନେତା ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ୨ ଦିନିଆ ଜିଲ୍ଲା ଗସ୍ତରେ ଆସୁଛନ୍ତି | କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଘଟଗାଁ, କେନ୍ଦୁଝର, ତାଙ୍କ ଗ୍ରାମ ରାଇକଳା ଓ ଝୁମ୍ପୁରା ରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ଭୁବନେଶ୍ବରରୁ ଯାଇ ଘଟଗାଁରେ ପହଞ୍ଚିଛନ୍ତି। ସେଠାରେ ହଜାର ହଜାର ସଂଖ୍ୟାରେ ବିଜେପି କର୍ମୀ ଏବଂ ସାଧାରଣ ଜନତା ତାଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଲୋକଙ୍କୁ ନମସ୍କାର କରି ଓ ହାତ ହଲାଇ ଲୋକଙ୍କୁ ନିଜର କୃତଜ୍ଞତା ଜଣାଇଛନ୍ତି। ସେଠାରେ ଏକ ରୋଡ୍ ସୋ’ କରିବାପରେ ମା’ ତାରିଣୀଙ୍କ ଦର୍ଶନ କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ନିଜ ଜିଲ୍ଲା ଗସ୍ତରେ ଆସିଛନ୍ତି। ସେଠାରୁ ପୁଣି ସେହି ହେଲକପ୍ଟରରେ କେନ୍ଦୁଝର ଆସି ରିଜର୍ଭ ପୋଲିସ ପଡିଆରେ ଓହ୍ଲାଇବେ। ପୁଣି ସେଠାରୁ କାର ଯୋଗେ ପୁରୁଣା ସହର ଯାଇ ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ନେବେ । ଏହା ପରେ ଏକ ରୋଡ ଶୋ’ରେ କେନ୍ଦୁଝର ସହର ପରିକ୍ରମା କରିବେ। ପରେ ଷ୍ଟାଡିୟମ ଠାରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଏହାପରେ କେନ୍ଦୁଝର ସର୍କିଟ ହାଉସଠାରେ ସେ ରାତ୍ରିଯାପନ କରିବା ସହିତ ୨୪ ତାରିଖ ସକାଳେ ନିଜ ଗାଁ ରାଇକଳାକୁ ହେଲିକପ୍ଟରରେ ଯିବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୧ଟାରେ ରାଇକଳାଠାରୁ ଝୁମ୍ପୁରା ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା କରି ଦୁର୍ଗା ପଡ଼ିଆରେ ପହଞ୍ଚିବେ। ସେଠାରେ ମଧ୍ୟ ସାଧାରଣ ଲୋକଙ୍କ ଦ୍ବାରା ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି। ସେଠାରୁ ଫେରି ନିଜ ଗାଁ ରାଇକଳାରେ ଗ୍ରାମବାସୀଙ୍କ ସହିତ ଆଲୋଚନା କରି ଭୁ‌ବନେଶ୍ବର ଫେରିବ‌ାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *