Pratidin TV

Odisha's Digital News Platform

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ , ଆଗାମୀ ୫ ଦିନ କାଚିବ ବର୍ଷା ।

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ , ଗାମୀ ୫ ଦିନ ଯାଏ ସାରା ରାଜ୍ୟରେ କାଚିବ ବର୍ଷା । ଆଉ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ନୟାଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୭,୨୮,୨୯ ତାରିଖରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଓ ଘନଘଡ଼ି ଆକଳନ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *