Pratidin TV

Odisha's Digital News Platform

ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର

1 min read

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା ଜାରି ରହିଛି। ତେବେ ଆଜି ଗଣତି ହେବ ନାହିଁ କେବଳ ଯାଞ୍ଚ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି।

ତେବେ ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି। ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ , ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ , ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର , ଭଣ୍ଡାର ମେକାପ, ଚଢାଉ କରଣ ଓ ଦେଉଳ କରଣ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି।

Advertisement

Leave a Reply

Your email address will not be published. Required fields are marked *