Pratidin TV

Odisha's Digital News Platform

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ , ବର୍ଷାରେ ଭିଜି ଭିଜି ଶ୍ରୀମନ୍ଦିର ଯିବେ କାଳିଆ ସାଆନ୍ତେ ..

1 min read

ବାହୁଡା଼ରେ ଭିଜିବ ସାରା ଓଡିଶା । ବର୍ଷାରେ ଭିଜି ଭିଜି ଶ୍ରୀମନ୍ଦିର ଯିବେ କାଳିଆ ଠାକୁର । କାରଣ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ସହିତ ବର୍ଷ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *