Pratidin TV

Odisha's Digital News Platform

ନିଯୁକ୍ତି ଘୋଷଣା କଲେ ରାଜ୍ୟ ସରକାର : ଚାକିରୀ ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟତ୍ରୀ

1 min read

ଭୁବନେଶ୍ୱର : ନିଯୁକ୍ତି ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟତ୍ରୀ । ଓଡିଶାରେ ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି। ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଟିଜିଟି (କଳା), ଟିଜିଟି (ପିସିଏମ୍ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ।

Advertisement

୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଅଧିକ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟରେ ନିଯୁକ୍ତ କରାଯାଇଥିଲା।

Leave a Reply

Your email address will not be published. Required fields are marked *