Pratidin TV

Odisha's Digital News Platform

ପ୍ରବଳ ବର୍ଷା ସମ୍ଭାବନା ; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ..

1 min read

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କେରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ।

Advertisement

Leave a Reply

Your email address will not be published. Required fields are marked *