Pratidin TV

Odisha's Digital News Platform

ରାଜଧାନୀରେ ଖୋଲିଲା ୨୪ ଘଣ୍ଟିଆ ଶସ୍ୟ ଏଟିଏମ୍ , ଜାଣନ୍ତୁ କେମିତି ପାଇବେ ଏଥିରୁ ସୁବିଧା ..

1 min read

ଏବେ ଏଟିଏମ୍‌ରୁ ବାହାରିବ ଚାଉଳ । ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ  । କାରଣ ସାଧାରଣତଃ ଏଟିଏମ୍‌ରୁ ଟଙ୍କା ବାହାରୁଥିବା କଥା ସମସ୍ତେ ଜାଣିଛନ୍ତି। ହେଲେ ଏବେ ସେହି ଏଟିଏମରୁ ବାହାରିବ ଖାଦ୍ୟଶସ୍ୟ ।ଆଜି ରାଜ୍ୟର ପ୍ରଥମଥର ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏକ ‘ଶସ୍ୟ ଏଟିଏମ୍’ ସ୍ଥାପନ କରାଯାଇଛି । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଏଟିଏମକୁ ଉଦଘାଟନ କରିଛନ୍ତି । ଏହି ଏଟିଏମ୍ ସ୍ଥାପନ ହେବାରେ ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି ।  ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ / ଗହମ ଉପଲବ୍ଧ ହେବ । 

ଏହି ଶସ୍ୟ ଏଟିଏମ ଚୋରି, ଦଲାଲି ଆଦି ବେଆଇନ୍ କାର୍ଯ୍ୟରେ ରୋକ ଲଗାଇବ ବୋଲି କୁହାଯାଉଛି । ଏଣିକି ହିତାଧିକାରୀମାନେ ଆଉ ଡିଲରଙ୍କ ପାଖରେ ଆଣ୍ଠେଇବେ ନାହିଁ । ସମସ୍ତ ହିତାଧିକାରୀମାନେ ଏହି ଏଟିଏମରୁ ଚାଉଳ, ଗହମ ନେଇ ପାରିବେ । ସୂଚନାଯୋଗ୍ୟ ଯେ, ପ୍ରାଥମିକ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ରାଜ୍ୟର ପ୍ରଥମ ‘ଗ୍ରେନ ଏଟିଏମ୍’ ପ୍ରତିଷ୍ଠା ହେବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଏନେଇ ଗତବର୍ଷ ଡିସେମ୍ବର ମାସରେ ସୂଚନା ଦିଆଯାଇଥିଲା ।  ତେବେ ଏହି ସୁବିଧା ପାଇବାକୁ ହେଲେ ଜଣେ ହିତାଧିକାରୀଙ୍କୁ ପ୍ରଥମେ ମେସିନରେ ବାୟୋମେଟ୍ରିକ, ରାସନ କାର୍ଡ, ଆଧାର କାର୍ଡର ସୂଚନା ଦେବାକୁ ପଡ଼ିବ । ଲୋକମାନେ ଟିପ୍ ଚିହ୍ନ ଦେଇ ବାୟୋମେଟ୍ରିକ ଯାଞ୍ଚ କରିବା ପରେ ଏଟିଏମ୍‌ରୁ ଟଙ୍କା ଭଳି ଚାଉଳ ବାହାର କରିପାରିବେ । ଏହି ମେସିନକୁ ସମ୍ପୂର୍ଣ୍ଣ ଓଡ଼ିଆ ଭାଷାରେ ସ୍ଥାପନ ଯାଇଥିବା ଜଣାପଡ଼ିଛି । ଏହି ଏଟିଏମ୍ ବସିବା ଫଳରେ ରାସନକାର୍ଡଧାରୀମାନେ ଆଉ କଣ୍ଟ୍ରୋଲ ଦୋକାନ ଆଗରେ ଲମ୍ବା ଲାଇନ ଲଗାଇ ଛିଡ଼ା ହେବେ ନାହିଁ ।

Advertisement

Leave a Reply

Your email address will not be published. Required fields are marked *