Pratidin TV

Odisha's Digital News Platform

ନବୀନ ନିବାସରେ ରାକ୍ଷୀର ନିଆର ଦୃଶ୍ୟ , ଦୃଷ୍ଟିବାଧିତା କୁନି କୁନି ଛୁଆଙ୍କ ମନ ବୁଝିଲେ ନବୀନ ।

ଭୁବନେଶ୍ୱର ; ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ. ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରାଖୀ ପାଇଁ ଅଭିନନ୍ଦନ ଜଣାଇଥିଲେ ।

ଭୁବନେଶ୍ୱର ଭରତପୁର ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ । ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଆଶୀର୍ବାଦ କରିବା ସହ ସମସ୍ତଙ୍କୁ ଉପହାର ଦେଇଥିଲେ.ପରେ ପରେ ଲା କିଡ଼ସ ପ୍ଲେ ସ୍କୁଲ ର କୁନି କୁନି ପିଲାମାନେ ରାଖୀ ବାନ୍ଧି ଥିଲେ ।

ଭୁବନେଶ୍ୱର ମହାନଗର ନିଗମ ର ମେୟର ସୁଲୋଚନା ଦାସ ଙ୍କ ନେତୃତ୍ୱ ରେ ବିଭିନ୍ନ ୱାର୍ଡ ର କର୍ପୋରେଟର ମାନେ ମଧ୍ୟ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ରାଖୀ ବାନ୍ଧି ଥିଲେ ।

ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ବିଜୁ ଜନତା ଦଳ ମୁଖପାତ୍ର ଲେଖାଶ୍ରୀ ସାମନ୍ତ ସିଂହାର, ଭାରତ ସ୍କାଉଟ ଏବଂ ଗାଇଡିସ ର ସ୍ବେଛାସେବୀ ମାନେ ଭୁବନେଶ୍ୱର ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟ ର ବ୍ରହ୍ମକୁମାରୀ ଓ ବ୍ରାହ୍ମକୁମାର ମାନେ. ଲିଙ୍ଗରାଜ ବିହାର ଓ ଏୟାର ପୋର୍ଟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ମାନେ ଓ ସମାଜ ର ବିଭିନ୍ନ ବର୍ଗ ର ଜନସାଧାରଣ ମାନେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ ।

Leave a Reply

Your email address will not be published. Required fields are marked *