Pratidin TV

Odisha's Digital News Platform

ଆଜି ଭାରତ ବନ୍ଦ; ୧୨ ଘଣ୍ଟିଆ ବନ୍ଦ ଡାକରାକୁ ବିରୋଧୀ ଦଳଙ୍କ ସମର୍ଥନ, ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରଭାବ ଦେଖିବାକୁ ମିଳିଲାଣି…

1 min read

ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ) ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନ ଯୋଗୁଁ ପରିବହନ ସେବା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ତେବେ ଏହି ବନ୍ଦରୁ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଛି।

ବଲାଙ୍ଗୀର, କୋରାପୁଟ, ସୁବର୍ଣ୍ଣପୁର, ଯାଜପୁର ଓ ଅନୁଗୋଳରୁ ବିଭିନ୍ନ ଦଳିତ ସଂଗଠନ ଏହି ବନ୍ଦରେ ସାମିଲ ହେବା ନେଇ ସମର୍ଥନ ଜଣାଇଥିଲେ। ଭିମ୍ ଆର୍ମି, ନାସନାଲ କନଫେଡେରେସନ୍ ଅଫ୍ ଦଳିତ ଅର୍ଗନାଇଜେସନ୍, ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ, ଆଦିବାସୀ ଏକତା ପରିଷଦ ଓ ବିଭିନ୍ନ ଦଳି ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର କ୍ଷେତରାଜପୁର ଷ୍ଟେସନରେ ଦୁଇଟି ଟ୍ରେନକୁ ଅଟକାଇଛନ୍ତି। ସମ୍ବଲପୁର-ପୁରୀ ଓ ସମ୍ବଲପୁର-ରାୟଗଡ଼ା ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି ଆନ୍ଦୋଳନକାର।

Advertisement

ସୁପ୍ରିମକୋର୍ଟ ଏସ୍‌ସି, ଏସ୍‌ଟିଙ୍କ ସ୍ଥିତିର ଠିକ୍‌ ଆକଳନ ନ କରି ଏବଂ ଏହି ବର୍ଗର ସୁରକ୍ଷା ନିମନ୍ତେ ରହିଥିବା ସାମ୍ବିଧାନିକ ଅନୁଷ୍ଠାନ ଓ ମନ୍ତ୍ରଣାଳୟ ସହ ପରାମର୍ଶ ନ କରି ଦେଇଥିବା ରାୟର ପୁନର୍ବିଚାର ପାଇଁ ଦାବି କରାଯାଇଛି। ବୁଧବାର ଭୁବନେଶ୍ୱର ସମେତ ସବୁ ଜିଲାରେ ଶାନ୍ତିପୂର୍ଣ୍ଣ ପିକେଟିଂ ସହ ମହାପ୍ରତିବାଦ ପ୍ରଦର୍ଶନ କରାଯିବ। ଏଥିରେ ସାମିଲ ହେବାକୁ ଆହ୍ବାନ ଦିଆଯାଇଛି।

ନିକଟରେ ସୁପ୍ରିମକୋର୍ଟ ସରକାରୀ ଚାକିରିରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ରହିଥିବା ସଂରକ୍ଷଣ କୋଟାର ଉପବର୍ଗୀକରଣ କରାଯାଇପାରିବ ବୋଲି ରାୟ ଶୁଣାଇଥିଲେ। ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିରେ ଥିବା ସ୍ଵଚ୍ଛଳ ବର୍ଗଙ୍କୁ ବାଦ୍ ଦେଇ ଅବହେଳିତ ମାନଙ୍କୁ ଅଧିକ ସଂରକ୍ଷଣ ସୁବିଧା ପ୍ରଦାନ କରିପାରିବେ ବୋଲି ରାୟ ଶୁଣାଇଥିଲେ। ଯାହାକୁ ବିରୋଧ କରି ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି ବିଭିନ୍ନ ଅନୁସୂଚିତ ଜାତି ଓ ଜନଜାତି ସଂଗଠନ।

Leave a Reply

Your email address will not be published. Required fields are marked *