Pratidin TV

Odisha's Digital News Platform

ପଦ୍ମ ଧରିବେ ଚମ୍ପାଇ ସୋରେନ; ଏହି ଦିନ ହେଲା ଧାର୍ଯ୍ୟ !, ପଦ୍ମ ଧରିବେ ଚମ୍ପାଇ ସୋରେନ; ଏହି ଦିନ ହେଲା ଧାର୍ଯ୍ୟ !, ହେମନ୍ତ ବିଶ୍ୱଶର୍ମା ଦେଲେ ଏନେଇ ସୂଚନା

1 min read

ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସମ୍ପର୍କରେ ଚାଲିଥିବା ସମସ୍ତ କଳ୍ପନାଜଳ୍ପନା ଶେଷ ହୋଇଛି। ଆସନ୍ତା ୩୦ ତାରିଖ ଶୁକ୍ରବାର ଦିନ ବିଜେପିରେ ମିଶିବେ ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍ଏମର ବରିଷ୍ଠ ନେତା ଚମ୍ପାଇ ସୋରେନ୍। ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।

ସୋମବାର ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ବ୍ୟତୀତ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ସହ-ପ୍ରଭାରୀ ଶର୍ମା ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ। ହିମନ୍ତ ବିଶ୍ୱ ଶର୍ମା ଏହି ସଭାର ଏକ ଫଟୋ ସେୟାର କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ହିମନ୍ତ ବିଶ୍ୱ ଶର୍ମା ଲେଖିଛନ୍ତି,’ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ ଦେଶର ଭେଟେରାନ ଆଦିବାସୀ ନେତା ଚମ୍ପାଇ ସୋରେନ ଜୀ କିଛି ସମୟ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଜୀଙ୍କୁ ଭେଟିଥିଲେ। ସେ ଅଗଷ୍ଟ ୩୦ ରେ ରାଞ୍ଚିରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେବେ।

ହିମନ୍ତ ବିଶ୍ୱ ଶର୍ମା ଯେଉଁ ପୋଷ୍ଟ ସେୟାର କରିଛନ୍ତି ସେଥିରେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଚମ୍ପାଇ ସୋରେନ୍‌ଙ୍କ ମଧ୍ୟରେ ହୋଇଥିବା ଏକ ବୈଠକର ଫଟୋ ମଧ୍ୟ ରହିଛି। ଚମ୍ପାଇ ସୋରେନ୍‌ଙ୍କ ସମେତ ଜେଏମ୍‌ଏମ୍‌ରେ ଅନେକ ବଡ଼ ନେତା ମଧ୍ୟ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି।

Leave a Reply

Your email address will not be published. Required fields are marked *