Pratidin TV

Odisha's Digital News Platform

ଆସୁଛି ଆଉ ଏକ ଲଘୁଚାପ: ଆଜି ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା..

1 min read

ଆସନ୍ତା ୨୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ପୂର୍ବ ଓ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟିହେବ। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର  ସମ୍ଭାବନା ରହିଛି ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ମାଲକାନଗିରିରେ ୭ରୁ ୧୧ ସେ.ମି. ବର୍ଷା ହେବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ସେହିପରି ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଥିବାବେଳେ ୩୦ରେ କେତେକ ଜିଲାରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ କେତେକ ଜିଲାକୁ ଅରେଞ୍ଜ ଓ ଅନ୍ୟ କେତେକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Advertisement

Leave a Reply

Your email address will not be published. Required fields are marked *