Pratidin TV

Odisha's Digital News Platform

ମାହାଙ୍ଗା ଡବଲ୍ ମର୍ଡରରେ ଆସିଲା ବଡ ରାୟ ; ୯ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ।

1 min read

õ୨୦୨୧ ମସିହା ଜାନୁଆରୀ୨ ତାରିଖରେ ସନ୍ଧ୍ୟାରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ବଲ ମର୍ଡର ମାମଲାରେ ଆଜି ଆସିଛି ବଡ ରାୟ । ଏଥିରେ ୯ ଜଣ ଅଭିଯୁକ୍ତକୁ ସାଲେପୁର ଏଡିଜେ କୋର୍ଟ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଥିବା ବେଳେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରାଯାଇଛି ।

ସମୃକ୍ତ ହତ୍ୟାକାଣ୍ଡରେ ମୋଟ୍ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲା। ଏକ ଟ୍ରକ ଦୁର୍ଘଟଣାରେ ଗତ ଫେବ୍ରୁଆରୀରେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

Advertisement

ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ହାତ ଥିବା ଅଭିଯୋଗ ହୋଇଥିଲା । କିନ୍ତୁ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୁଲିସ। ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *