Pratidin TV

Odisha's Digital News Platform

ଆସିଲା ଖୁସିଖବର , ବଢ଼ିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଅବଧି ..

1 min read

ସାମ୍ବାଦିକ ଙ୍କ ପାଇଁ ଖୁସି ଖବର।   ରାଜ୍ୟ ସରକାରବଢାଇଲେ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କରାଯାଇଛି । ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏହାର ସମୟ ସୀମା ଥିଲା । ତେଣୁ ରାଜ୍ୟ ସରକାର ଏହାକୁ ଆଉ ଏକ ବର୍ଷ ନିମନ୍ତେ ବୃଦ୍ଧି କରିଛନ୍ତି । ତେଣୁ ଗତ ବର୍ଷର ତାଲିକା ଚଳିତ ବର୍ଷ ମଧ୍ୟ କାର୍ଯ୍ୟ କରିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

 ରାଜ୍ୟର ସାମ୍ବାଦିକଙ୍କ ପାଇଁ ଉଦ୍ଧିଷ୍ଟ ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାର ସମୟ ଅବଧି ଅଗଷ୍ଟ ୩୧ ତାରିଖରେ ଶେଷ ହେଉଛି । ଯେଉଁଥିପାଇଁ ସରକାର ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି ଆହୁରି ଏକ ବର୍ଷ ବୃଦ୍ଧି କରିଛନ୍ତି ।

Advertisement

Leave a Reply

Your email address will not be published. Required fields are marked *