Pratidin TV

Odisha's Digital News Platform

ଭରତପୁର ମାମଲା ; ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ ଆସିବ ତଦନ୍ତ ରିପୋର୍ଟ …

1 min read

ଭୁବନେଶ୍ୱର ; ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତଦନ୍ତ ନିର୍ଦ୍ଦେଶ ବିଜ୍ଞପ୍ତି ପ୍ରକାଶ କଲା ଗୃହ ବିଭାଗ । ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ କରିଛି ଗୃହ ବିଭାଗ । ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ।

କେନ୍ଦୁଝର ଗସ୍ତରୁ ଫେରି ଲୋକସେବା ଭବନରେ ଏହି ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି ।

Advertisement

ଗୃହ ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତିରେ ବ୍ୟକ୍ତିବିଶେଷ ଓ କର୍ତ୍ତୃପକ୍ଷଙ୍କ ଦାୟିତ୍ବବୋଧ ତଦନ୍ତ ପରିସରଭୁକ୍ତ କରିବାକୁ କୁହାଯାଇଛି । ଯଦି ଏହି ଘଟଣା ସହ ଆଉ କିଛି ଜଡ଼ିତ ଥାଏ ତେବେ କମିଶନ ତଦନ୍ତ କରିପାରିବେ ବୋଲି କୁହାଯାଇଛି । କମିଶନଙ୍କ ମୁଖ୍ୟାଳୟ ଭୁବନେଶ୍ବରରେ ରହିବାକୁ ବିଜ୍ଞପ୍ତିରେ ଉଲ୍ଲେଖ । ତେବେ ଯଦି କମିଶନ ଆବଶ୍ୟକ ମଣିବେ ତେବେ ଅନ୍ୟ ସ୍ଥାନକୁ ଯାଇ ତଦନ୍ତ କରିପାରିବେ ବୋଲି କହିଛନ୍ତି ଗୃହ ବିଭାଗ ।

Leave a Reply

Your email address will not be published. Required fields are marked *