Pratidin TV

Odisha's Digital News Platform

ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ,ବାସଗୃହ ନଷ୍ଟ ପାଇଁ ମିଳିବ ୧.୨୦ଲକ୍ଷ ଟଙ୍କା

1 min read

ବନ୍ୟାରେ ବାସହୀନଙ୍କୁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା | ପ୍ରଳୟଙ୍କରୀ ବନ୍ୟାରେ ବାସଗୃହ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ୧ ଲକ୍ଷ ୨0 ହଜାର ଟଙ୍କା | ତେବେ ଗତ ୧୮ ତାରିଖରେ ବାଲେଶ୍ୱର ଗସ୍ତ କରି ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ସହ ବର୍ତ୍ତମାନ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ବଡ ନିର୍ଦ୍ଦେଶ | ଯାହାଫଳରେ ବାସଗୃହ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲେ ୧ ଲକ୍ଷ ୨0 ହଜାର ଟଙ୍କା ମିଳିବା ସହ ଆଂଶିକ କ୍ଷତିଗ୍ରସ୍ତ ହୋଇଥିଲେ ୬ ହଜାର ୫00 ଟଙ୍କା ପ୍ରଦାନ କରାଯିବ | ସେହିପରି ଆଂଶିକ କ୍ଷତିଗ୍ରସ୍ତ କଚ୍ଚା ଘର ପାଇଁ ୪ ହଜାର ଟଙ୍କା ସେହିପରି ଭାଙ୍ଗିଯାଇଥିବା କୁଡ଼ିଆ ଘର ପାଇଁ ୮ ହଜାର ଟଙ୍କା ଓ ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ |

ସେହିପରି ୨ ଦିନ ଧରି ବନ୍ୟା ଜଳରେ ବୁଡି ରହିଥିଲେ ପୋଷାକ ପତ୍ର ପାଇଁ ୨୫00 ଟଙ୍କା, ବାସନକୁସନ ପାଇଁ ୨୫00 ଟଙ୍କା, ଆର୍ଥିକ ସହାୟତା ରାଶି ଯୋଗାଇଦିଆଯିବ | ଚାଷୀଙ୍କ କ୍ଷୟକ୍ଷତିର ଭରଣା ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି | କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭,୦୦୦ ଟଙ୍କା ଓ ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ଆର୍ଥିକ ସହାୟତାରାଶି ପ୍ରଦାନ କରାଯିବ। ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇଦିଆଯିବ।

Advertisement

ସେହିପରି ମତ୍ସ୍ୟଜୀବି ମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬,୦୦୦ ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩୦୦୦ ଟଙ୍କା, ସଂପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫,୦୦୦ ଟଙ୍କା, ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪,୦୦୦ ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷ ର କ୍ଷତି ପାଇଁ ହେକ୍ଟର ପିଛା – ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ। ଯାହାକୁ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ |

Leave a Reply

Your email address will not be published. Required fields are marked *