Pratidin TV

Odisha's Digital News Platform

ମହାକାଶରୁ ଫେରିବେ ସୁନିତା ୱିଲିୟମ୍‌ସ , ଆରମ୍ଭ ହୋଇଗଲା କାଉଣ୍ଟ ଡାଉନ..

1 min read

ମହାକାଶରୁ ଫେରିବେ ସୁନିତା ୱିଲିୟମ୍‌ସ । ଆରମ୍ଭ ହୋଇଗଲାଣି କାଉଣ୍ଟ ଡାଉନ । ମହାକାଶରୁ ସୁନିତାଙ୍କୁ ଫେରାଇଆଣିବାକୁ ଗଲା  କ୍ରୁ-୯ ।ସୁନୀତା ଯାଇଥିବା ମହାକାଶଯାନ ବୋଇଂ ଷ୍ଟାରଲାଇନ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବାରୁ ଗତ ୬ ଜୁନ ୨୦୨୪ରୁ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ଫସିରହିଛନ୍ତି ସୁନୀତା ୱିଲିୟମ୍‌ସ ଓ ତାଙ୍କ ସହଯୋଗୀ ।

ଦୀର୍ଘ ଦିନ ଧରି ମହାକାଶରେ ଫସି ରହିଥିବା ମହାକାଶଚାରୀ ସୁନୀତାଙ୍କୁ ଫେରାଇ ଆଣିବା ପାଇଁ କ୍ରୁ-୯ ଅଭିଯାନ ଆରମ୍ଭ ହୋଇଛି। ଫ୍ଲୋରିଡାର କେପ୍ କାନାଭେରାଲ ସ୍ପେସ୍ ସେଣ୍ଟରରୁ ନାସାରା କ୍ରୁ-୯ ସଫଳତାର ସହ ଉତ୍‌କ୍ଷେପଣ ହୋଇଥିବା ନେଇ ସୂଚନା ଦେଇଛି ନାସା । ଆସନ୍ତା ୩୦ ତାରିଖରେ ରତୀୟ ସମୟ ଭୋର ୩ଟା ସମୟରେ ଏହି ଯାନ ଇଣ୍ଟରନାସନାଲ ସ୍ପେଶ ଷ୍ଟେସନରେ ଓହ୍ଲାଇବ । ଯାନରେ ଦୁଇଟି ସିଟ୍ ଫାଙ୍କା ରଖାଯାଇଛି ।

Advertisement

ନାସା ମହାକାଶଚାରୀ ନିକ୍‌ ହେଗ୍‌ ଏହି ମିଶନର ନେତୃତ୍ୱ ନେଉଥିବାବେଳେ ରୁଷିଆର ର ସ୍କୋସ୍‌ମୋସ୍‌ ମହାକାଶଚାରୀ ଆଲେକସାନ୍ଦ୍ର ଗୋର୍ବୁନୋଭ ମିଶନ ସ୍ପେଶାଲିଷ୍ଟ ଭାବେ ତାଙ୍କୁ ସହଯୋଗ କରିବେ। ଆସନ୍ତା ବର୍ଷ ଫେବୃଆରୀରେ ହେଗ୍‌ ଓ ଗୋର୍ବୁନୋଭଙ୍କ ସହ ସୁନୀତା ଓ ବୁଚ୍‌ ମଧ୍ୟ ଡ୍ରାଗନ୍‌ କ୍ୟାପସୁଲ ଯୋଗେ ପୃଥିବୀ ଫେରି ଆସିବେ। ଏହା ସହ କ୍ରୁ-୯ ମିଶନ ଶେଷ ହେବ ବୋଲି ନାସା ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *