Pratidin TV

Odisha's Digital News Platform

ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା , ସୁଭଦ୍ରା ଟଙ୍କା ସହ ମିଳିବ ପୁରସ୍କାର..

1 min read

ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ରବିବାର ଅନ୍ତ ଘଟିଛି । ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି । ତେବେ ଆଜି ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ । କେବଳ ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ । ୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ବାରିପଦାରେ ଆୟୋଜିତ ସଭାରେ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

Advertisement

ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି। ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଆବେଦନ ପରେ ଅଯୋଗ୍ୟ ହିତାଧିକାରୀ ଯାଞ୍ଚ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

ସୂଚନାଯୋଗ୍ୟ, ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।

Leave a Reply

Your email address will not be published. Required fields are marked *