Pratidin TV

Odisha's Digital News Platform

ନିବେଶକ ସମ୍ମିଳନୀରେ ଯୋଗଦେବେ ପାଇଁ କାଲିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

1 min read

ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। CMଙ୍କ ସହ ଶିଳ୍ପ ବିଭାଗର ପ୍ରତିନିଧି ଦଳ ଯିବେ | ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ସାମିଲ ହେବେ | ୩ ତାରିଖରେ ନିବେଶକଙ୍କ ସହ ଆଲୋଚନା କରିବେ |

ତେବେ ଏବେ ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଅଛନ୍ତି । ଆଜି ତାଙ୍କର ଝାଡଖଣ୍ଡ ଗସ୍ତର ଦ୍ବିତୀୟ ଦିନ । ଆଜି ଚାଇଁବାସାର କୋଲହାନ୍ ଯାଇ ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ଯୋଗ ଦେଇ ଝାଡଖଣ୍ଡରେ ଥିବା ଓଡିଆଙ୍କୁ ସମ୍ବୋଧିତ କରିବେ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

Advertisement

ତେବେ ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ ବୋଲି ରାଜନୈତିକ ବିଶାରଦ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *